ଆସନ୍ତା ମେ ୨୭ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ

108

ଗତ ପଞ୍ଚାୟତ ନିର୍ବାଚନ ସମୟରେ ବିଭିନ୍ନ କାରଣ ଯୋଗୁଁ କେତେକ ସ୍ଥାନରେ ନିର୍ବାଚନ ହୋଇପାରି ନଥିଲା । ସେହିସବୁ ସ୍ଥାନରେ ଆସନ୍ତା ମେ ୨୭ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ । ସୂଚନା ଅନୁସାରେ ଏପ୍ରିଲ୍‍ ୨୯ରୁ ମେ ୨ ତାରିଖ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ ପାଇଁ ସମୟ ଧାର୍ଯ୍ୟ କରାଯାଇଛି । ସେହିଭଳି ମେ ୪ ତାରିଖରେ ନାମାଙ୍କନପତ୍ର ଯାଞ୍ଚ ହେବ ।


୫ ତାରିଖରେ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବାକୁ ଥିବା ବେଳେ ୭ ତାରିଖରେ ପ୍ରାର୍ଥୀପ୍ରତ ପ୍ରତ୍ୟାହାର ଓ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ମେ ୨୭ ତାରିଖ ସକାଳ ୭ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଭୋଟ୍‍ ଗ୍ରହଣ ଚାଲିବ । ୨୮ ତାରିଖରେ ଭୋଟ୍‍ ଗଣତି ହେବା ସହ ଫଳାଫଳ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି । ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ଅଞ୍ଚଳରେ ଗତକାଲିଠାରୁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇ ସାରିଛି ।


ପୂର୍ବରୁ ନାମାଙ୍କନପତ୍ର ଦାଖଲ କରିଥିବା ପ୍ରାର୍ଥୀମାନେ ପୁନର୍ବାର ନାମାଙ୍କନପତ୍ର ଦାଖଲ କରିବାର ଆବଶ୍ୟକତା ନାହିଁ ବୋଲି ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ସୂଚନା ଦେଇଛନ୍ତି ।

Comments are closed, but trackbacks and pingbacks are open.