କରୋନା ମହାମାରୀ ସଂକ୍ରମରେ ପ୍ରାଣ ହରାଇଥିବା ବ୍ୟକ୍ତିବର୍ଗଙ୍କ ପରିବାରକୁ ଆର୍ଥିକ ସହାୟତା ଯୋଗାଇଦେବା ନେଇ କେନ୍ଦ୍ର ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏନେଇ
ଗତକାଲି କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଅବଗତ କରାଇଛନ୍ତି । ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ କରୋନାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୫୦ହଜାର ଟଙ୍କା
ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ ।
ତେବେ ତେବେ ସେତିକି ନୁହେଁ ଭବିଷ୍ୟତରେ ମଧ୍ୟ କରୋନାରେ ସଂକ୍ରମିତ ହୋଇ ମୃତ୍ୟୁ ଘଟିବାକୁ ଥିବା ବ୍ୟକ୍ତିବିଶେଷଙ୍କ ପରିବାରକୁ ଏହି ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି କେନ୍ଦ୍ର ସରକାର ସୂଚନା ଦେଇଛନ୍ତି । ଏପରିକି କରୋନା ସମ୍ପର୍କିତ ଉଦ୍ଧାର ଓ ସହାୟତା କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ମଧ୍ୟ ଏହି ସହାୟତା ପ୍ରଦାନ କରାଯିବ । ସୂଚନାଯୋଗ୍ୟ ଯେ ଏହି ଅନୁକମ୍ପା ସହାୟତା ରାଶି ପ୍ରଦାନର ଆର୍ଥିକ ଭାର କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ଦେଇଛନ୍ତି । ରାଜ୍ୟସରକାର ଗୁଡ଼ିକ ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠି-ଏସ୍ଡିଆର୍ଏଫ୍ରୁ ଏହି ଅର୍ଥ ପ୍ରଦାନ କରିବେ । ସହାୟତା ରାଶି ପ୍ରଦାନ ସମ୍ପର୍କରେ ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଏନ୍ଡିଏମ୍ଏ ସୁପାରିଶ କରିଛନ୍ତି ।