ଗତକାଲି ରାଜ୍ୟରେ ଗ୍ରୀଷ୍ମର ପ୍ରବାହ ସାମାନ୍ୟ ହ୍ରାସ ପାଇଥିଲା । ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ସୁନ୍ଦରଗଡ଼ ଓ ସୋନପୁରଠାରେ ୪୨ ଦଶମିକ ୫ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଥିବା ବେଳେ ୧୦ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ଅନ୍ୟପକ୍ଷରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁସାରେ ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଢ଼େଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଅଞ୍ଚଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Comments are closed, but trackbacks and pingbacks are open.