ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଗତକାଲି ସୋନପୁରଠାରେ ସର୍ବୋଚ୍ଚ ତାପମାତ୍ରା ୪୩ ଦଶମିକ ୩ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଥିଲା । ଏଥିସହ ୧୧ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ଏଥିସହ କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କଟକ ଜିଲ୍ଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ଆଶଙ୍କା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଅନ୍ୟପକ୍ଷରେ ଆସନ୍ତା ୧୯ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
Comments are closed, but trackbacks and pingbacks are open.