ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, ଖୋର୍ଦ୍ଧା,
ପୁରୀ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର,
ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ
ଅତିପ୍ରବଳ ବର୍ଷାର ସମ୍ଭାବନା

110

ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଚ୍‍ ୱାର୍ଣ୍ଣିଂ ଜାରି କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ଭୂସ୍ଖଳନ ହେବାର ଆଶଙ୍କା ରହିଛି । ଖାଲୁଆ ଅଞ୍ଚଳ ଜଳବନ୍ଦୀ ହେବା ସହ କଚ୍ଚାଘର ପ୍ରତି ବିପଦ ରହିଥିବା କୁହାଯାଇଛି ।

ଏହାବ୍ୟତୀତ ନୂଆପଡ଼ା, ବଲାଙ୍ଗିର, ବୌଦ, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତ୍‍ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ ସୁବର୍ଣ୍ଣପୁରର କେତେକ ଅଞ୍ଚଳରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାପାଇଁ ପାଣିପାଗ ବିଭାଗ ପକ୍ଷରୁ ବାରଣ କରାଯାଇଛି ।

Comments are closed, but trackbacks and pingbacks are open.