ଭୁବନେଶ୍ୱର ୨୫।୦୨।୨୦୨୦- ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା
ସମ୍ଭାବନା ରହିଥିବା ପାଣିପାଗ ବିଭାଗ କହିଛି । ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଆଜି କଟକ, ଯାଜପୁର, କେନ୍ଦ୍ରାପଡା, ପୁରୀ, ଜଗତ୍ସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଆସନ୍ତାକାଲି ଉପକୂଳ ଉତ୍ତର
ଓଡ଼ିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।