ଗଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ଆସନ୍ତାକାଲି ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ଆଦି ଜିଲ୍ଲା ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଫଳରେ ୨୬ ତାରିଖରୁ ଉପକୂଳ ଓଡ଼ିଶା ଓ ଏହାର ଆଖପାଖ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଏବଂ ଝାରସୁଗୁଡ଼ା ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷାର ପରିମାଣ ହ୍ରାସ ପାଇଥିବା କାରଣରୁ ଆଜି ଅପରାହ୍ଣ ସୁଦ୍ଧା ୪ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୪୯ ହଜାର ୮୮୩ ଘନଫୁଟ ଜଳ ପ୍ରବେଶ କରୁଛି । ସେହି ସମୟରେ ପ୍ରତି ସେକେଣ୍ଡ୍ରେ ୯୨ ହଜାର ୭୦୬ ଘନଫୁଟ ଜଳ ମହାନଦୀକୁ ଛଡାଯାଉଛି ।