ଭୁବନେଶ୍ୱର – ଆରବ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ହିକ୍ମା କ୍ରମଶଃ ଘନୀଭୂତ ହୋଇ ବାତ୍ୟା ରୂପ ନେଇଛି । ଓମାନର ତଟବର୍ତ୍ତୀ ଅଞ୍ଚଳ ଦେଇ ଏହି ବାତ୍ୟା ଗତି କରିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବାକୁ ଯାଉଛି । ଏହାର ପ୍ରଭାବରେ ଗତକାଲିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ଆଜି ଉତ୍ତର ଏବଂ ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି । ତେବେ ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ ଓ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟଲୋ ୱାର୍ଣ୍ଣିଂ ଜାରି
କରାଯାଇଛି । ସେହିପରି କଟକ, ବାଲେଶ୍ୱର, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ଏହି ବର୍ଷା ୨୭ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।