ଆସନ୍ତା ୬ ତାରିଖରୁ ହଷ୍ଟେଲ ଖୋଲିବାକୁ ନିର୍ଦ୍ଦେଶ

0 86

ରାଜ୍ୟରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ଡିଗ୍ରୀ କଲେଜ ଓ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନଗୁଡ଼ିକରେ ଆସନ୍ତା ୬ ତାରିଖରୁ ହଷ୍ଟେଲ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଜି ଏନେଇ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି, ଡିଗ୍ରୀ କଲେଜ ଓ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି ।

ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବାରୁ ସରକାର ଶିକ୍ଷାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି । ଆସନ୍ତା ୭ ତାରିଖରୁ ଅଷ୍ଟମ ଶ୍ରେଣୀ ଓ ତଦୁର୍ଦ୍ଧ୍ୱ ଶ୍ରେଣୀର ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବ । ସେହିପରି ଆସନ୍ତା ୧୪ ତାରିଖରୁ କେ.ଜି.ରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ସ୍କୁଲ ଖୋଲିବ । ଏନେଇ ଶିକ୍ଷାନୁଷ୍ଠାନ ସହ ଜଡ଼ିତ ଥିବା ସମସ୍ତ ବିଭାଗ ସ୍ୱତନ୍ତ୍ର ଭାବେ ନିଜ ନିଜର ଗାଇଡଲାଇନ୍‌ ଜାରି କରିବେ ବୋଲି ଗତକାଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଘୋଷଣା କରିଥିଲେ ।

Leave A Reply