ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ ‌ଦ୍ୱାରା ୨୭ତମ ଦିବସରେ ୮୦ରୁ ଉର୍ଦ୍ଧ ଆଇଡିଆ ସଂଗ୍ରହ 

41

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ୍ ବୁଧବାର ଯାତ୍ରାର ୨୭ତମ ଦିବସରେ ୮୩ ଆଇଡିଆ ସଂଗ୍ରହ କରିଛି । ଷ୍ଟାର୍ଟଅପ ଭ୍ୟାନ ଗୁଡ଼ିକ ଖୋର୍ଦ୍ଧା ଜିଲ୍ଲାର ୫ଟି ଶିକ୍ଷାନଷ୍ଠାନ ଗସ୍ତ କରିଥିବା ବେଳେ, ବିଭିନ୍ନ ଜିଲ୍ଲାରେ ୫ଟି ବୁଟକ୍ୟାମ୍ପ୍ ମାଧ୍ୟମରେ ପହଞ୍ଚି ଆଇଡିଆ ସଂଗ୍ରହ କରିଛି । ଏହି ଯାତ୍ରା ଅର୍ନ୍ତଗତ ଭ୍ୟାନ ଗୁଡିକ ସମୁଦାୟ ୧୦ଟି ଶିକ୍ଷାନୁଷ୍ଠାନ ଗସ୍ତ କରି ୧୦୯୫ ଜଣ ଛାତ୍ରୀଛାତ୍ରଙ୍କ ଠାରୁ ୮୩ଟି ଆଇଡିଆ ସଂଗ୍ରହ କରିଛି ।

ବୁଧବାର ଷ୍ଟାର୍ଟଅପ୍ ଯାତ୍ରା ସ୍ୱାଧିନ ଆବାସିକ ମହାବିଦ୍ୟାଳୟ, ସ୍ୱାଧିନ ହାଇସ୍କୁଲ, ଆଇଟିଆଇ ଶୈଳବାଳା, ଶ୍ରୀରାମ ଚନ୍ଦ୍ର ହାଇସ୍କୁଲ ଓ ମଠସାହି ହାଇସ୍କୁଲ ପରିଦର୍ଶନ କରିଛି। ସେହିପରି ସ୍କୁଲ ଛାତ୍ରଛାତ୍ରୀଙ୍କୁ ସଚେତନ କରିବା ଏବଂ ସେମାନଙ୍କୁ ଉଦ୍ୟୋଗର ବ୍ୟାପକ ଧାରଣା ଦେବା ଉଦ୍ଦେଶ୍ୟରେ ପିପି ଏକାଡେମୀ (ବଲାଙ୍ଗୀର), ସେଣ୍ଟ ଥେରେସା ଇଂରାଜୀ ବିଦ୍ୟାଳୟ (ସୁନ୍ଦରଗଡ଼), ଜବାହର ନବୋଦୟ ବିଦ୍ୟାଳୟ (ଝାରସୁଗୁଡ଼ା)ରେ ଏକ୍ସପ୍ରେସ ବୁଟ୍ କ୍ୟାମ୍ପ ଅନୁଷ୍ଠିତ ହୋଇଥିଲା। ବଲାଙ୍ଗୀର ଜିଲ୍ଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଓ ସରକାରୀ ପଲିଟେକ୍ନିକ୍ରେ ଦୁଇଟି ଯାତ୍ରା ବୁଟ୍ କ୍ୟାମ୍ପ ଅନୁଷ୍ଠିତ ହୋଇଥିଲା।

ବର୍ତମାନସୁଦ୍ଧା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ୍ ୨୦୬ଟି କଲେଜ୍ ଏବଂ ୬୨ଟି ବିଦ୍ୟାଳୟ ଗସ୍ତ କରିସାରିଥିବାବେଳେ ଏଥିରେ ୩୦,୦୦୦ ରୁ ଅଧିକ ବିଦ୍ୟାର୍ଥୀ ଅଂଶଗ୍ରହଣ କରିଛନ୍ତି ଏବଂ ୩୦୦୦ରୁ ଉର୍ଦ୍ଧ୍ୱ ଷ୍ଟାର୍ଟଅପ୍ ଆଇଡିଆ ସଂଗ୍ରହ ହୋଇପାରିଛି । ଏହା ୨୦୨୫ ସୁଦ୍ଧା ରାଜ୍ୟ ସରକାରଙ୍କ ୫୦୦୦ ଷ୍ଟାର୍ଟଅପ୍ ସୃଷ୍ଟି କରିବା ଲକ୍ଷ୍ୟ ପାଇଁ ଭିତିଭୂମି ତିଆରି କରିପାରିଛି ।

ଷ୍ଟାର୍ଟଅପ୍ ଓଡ଼ିଶା ଯାତ୍ରା ଓ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ପକ୍ଷରୁ ଗୁରୁବାର ଦିନ ସୁବର୍ଣ୍ଣପୁର ଜିଲ୍ଲାର ଦୁଇଟି କଲେଜ ଓ ରାଉରକେଲାର ଗୋଟିଏ ବିଦ୍ୟାଳୟରେ ୩ଟି ବୁଟ୍ କ୍ୟାମ୍ପ ଆୟୋଜନ କରାଯିବ। ରାଉରକେଲା ଡିଏଭି ପବ୍ଲିକ ସ୍କୁଲରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ସଚେତନ କରିବା ସହ ଉଦ୍ୟୋଗର ବ୍ୟାପକ ଧାରଣା ଦେବା ପାଇଁ ଏକ୍ସପ୍ରେସ ବୁଟ୍ କ୍ୟାମ୍ପ ଅନୁଷ୍ଠିତ ହେବ। ସୁବର୍ଣ୍ଣପୁରର ସୋନପୁର କଲେଜ ଓ ମଡେଲ ଡିଗ୍ରୀ କଲେଜରେ ଦୁଇଟି ଯାତ୍ରା ଶିବିର ଅନୁଷ୍ଠିତ ହେବ 

Comments are closed, but trackbacks and pingbacks are open.