ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ବିଜୟ କୃଷ୍ଣ ପଟେଲ ରାଜ୍ୟ ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି
ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ବିଜୟ କୃଷ୍ଣ ପଟେଲ ରାଜ୍ୟ ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଜଷ୍ଟିସ୍ ପଟେଲଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମାନବଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ପ୍ରଦାନ କରିଥିଲେ । ଏ ସଂକ୍ରାନ୍ତ ବିଜ୍ଞପ୍ତି ଆଇନ ବିଭାଗ ପକ୍ଷରୁ ଗତ ୨୬ ତାରିଖରେ ପ୍ରକାଶ ପାଇଥିଲା । ଏଥିପୂର୍ବରୁ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ବିମଳ ପ୍ରସାଦ ଦାଶ ମାନବଅଧିକାର ଅଧ୍ୟକ୍ଷ ଥିଲେ ।