ରାଜ୍ୟ ସରକାର ପୁଣି ବରିଷ୍ଠ ପ୍ରଶାସନିକ ସ୍ତରରେ ଅଦଳ ବଦଳ କରିଛନ୍ତି । ବରିଷ୍ଠ ପ୍ରଶାସକ ଗଗନ କୁମାର ଧଳଙ୍କୁ ଓଡ଼ିଶା ଜଙ୍ଗଲ ଉନ୍ନୟନ ନିଗମର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ଗୋପବନ୍ଧୁ ଏକାଡେମୀର ମହାନିର୍ଦ୍ଦେଶକ ସୁଦର୍ଶନପାଲ୍ ଠାକୁରଙ୍କୁ କେ.ବି.କେ. ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ କୃଷି ଉତ୍ପାଦନ କମିଶନର ଭାବେ ଅବସ୍ଥାପିତ କରାଯାଇଛି । ସେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ମୋନା ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ
ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ସେହିପରି ଶିଳ୍ପ ବିଭାଗର ପ୍ରମୁଖ ସଚିବ ତଥା ଓଡ଼ିଶା ଖଣି ନିଗମର ଅତିରିକ୍ତ ଅଧ୍ୟକ୍ଷ ଦାୟିତ୍ୱରେ ଥିବା ସଂଜୀପ ଚୋପ୍ରାଙ୍କୁ ଗୃହ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି ।
Sign in
Sign in
Recover your password.
A password will be e-mailed to you.
Prev Post