ଅର୍କକ୍ଷେତ୍ରରେ ଆରମ୍ଭ ହୋଇଛି ୩୨ତମ କୋଣାର୍କ ଉତ୍ସବ । ଏହା ସହିତ ଚନ୍ଦ୍ରଭାଗା ସ୍ୱର୍ଣ୍ଣାଭ ବେଳାଭୂମିରେ ୧୧ତମ ଅନ୍ତର୍ଜାତୀୟ ବାଲୁକା କଳା ଉତ୍ସବ ଆୟୋଜିତ ହୋଇଛି । ରାଜ୍ୟ ପର୍ଯ୍ୟଟନ ବିଭାଗ, ପର୍ଯ୍ୟଟନ ଉନ୍ନୟନ ନିଗମ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ କୋଭିଡ୍ ନିୟମାବଳୀ ଅନୁଯାୟୀ ମୁକ୍ତାକାଶ ରଙ୍ଗମଞ୍ଚରେ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ଏବଂ ଚନ୍ଦ୍ରଭାଗା ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକାକଳା ପ୍ରଦର୍ଶନ କରାଯିବ ।
ପ୍ରଦର୍ଶନକାରୀ ଓ ଦର୍ଶକଙ୍କ ଲାଗି ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ବଜାୟ ରଖିବା ସହ ସମସ୍ତ ମାର୍ଗଦର୍ଶିକା ପାଳନ ଉପରେ ଅଧିକ ଗୁରୁତ୍ୱ ଦିଆଯାଇଛି । ମୁକ୍ତାକାଶ ରଙ୍ଗମଞ୍ଚ ଭିତରକୁ ଦୈନିକ ୬୦୦ ଦର୍ଶକଙ୍କୁ ଅନୁମତି ମିଳିବ । ପ୍ରତିଦିନ ସନ୍ଧ୍ୟା ୬ଟାରୁ ୮.୩୦ ପର୍ଯ୍ୟନ୍ତ ଶାସ୍ତ୍ରୀୟ ନୃତ୍ୟ ପ୍ରଦର୍ଶିତ ହେବ । ଚନ୍ଦ୍ରଭାଗା ବେଳାଭୂମିରେ ସକାଳ ୯ଟାରୁ ରାତି ୯ଟା ପର୍ଯ୍ୟନ୍ତ ବାଲୁକା କଳା ପ୍ରଦର୍ଶନୀ ଖୋଲା ରହିବ । ବେଳାଭୂମିରେ ୩୦ଟି ଷ୍ଟଲରେ ବିଭିନ୍ନ ରାଜ୍ୟରୁ ପ୍ରାୟ ୬୦ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିବେ ।