ଆଗକୁ ଦୁଇଦିନ ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ଘନକୁହୁଡି
ପାଣିପାଗ -ଆଗକୁ ଦୁଇଦିନ ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ଘନକୁହୁଡି ପରିଲକ୍ଷିତ ହେବ । ୨ଘଣ୍ଟା ମଧ୍ୟରେ ଉପକୂଳ ଓଡିଶାର କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଏବଂ ନୟାଗଡ ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡି ପଡିବ । ଘନକୁହୁଡିକୁ ଲକ୍ଷ୍ୟ କରି ପାଣିପାଗ ବିଭାଗ ପକ୍ଷରୁ କନ୍ଧମାଳ, ନୟାଗଡ, ରାୟଗଡା, ବୌଦ୍ଧ, କୋରାପୁଟ ଏବଂ କଳାହାଣ୍ଡି
ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଭୁବନେଶ୍ୱର ପାଣିପାଗ ବିଭାଗର ନିର୍ଦ୍ଦେଶକ ଏଚଆର ବିଶ୍ୱାସ କହିଛନ୍ତି, ଆସନ୍ତା ୪/୫ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ।