ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ

0 113

ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ ପାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ କେନ୍ଦୁଝର, ସୁନ୍ଦରଗଡ଼, କୋରାପୁଟ, ବଲାଙ୍ଗିର ଏବଂ ମାଲକାନଗିରିର କେତେକ ଅଞ୍ଚଳରେ ଘନକୁହୁଡ଼ି ପରିଲକ୍ଷିତ ହୋଇଥିଲା । ଉପକୂଳବର୍ତ୍ତୀ ଜିଲ୍ଲା କଟକ ଏବଂ ଖୋର୍ଦ୍ଧାର କେତେକ ସ୍ଥାନରେ ସାମାନ୍ୟ ବର୍ଷା ହୋଇଥିବା ସୂଚନା ମିଳିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏବଂ ବରଗଡ଼ର କେତେକ ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟ ଜିଲ୍ଲାଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ରାଜ୍ୟରେ ଶୀତଲହରୀ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦାରିଙ୍ଗ୍‍ବାଡ଼ିଠାରେ ୧୧ ଦଶମିକ ୫ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ଼ କରାଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଘନ କୁହୁଡ଼ି ଅନୁଭୂତ ହେବା ନେଇ କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ଗଜପତି, ଗଞ୍ଜାମ, ମାଲକାନଗିରି ଓ କୋରାପୁଟ ଜିଲ୍ଲାପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।


ଅନ୍ୟପକ୍ଷରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଝାରସୁଗୁଡ଼, ଯାଜପୁର, କଟକ, ପୁରୀ, ଜଗତ୍‍ସିଂହପୁର, ପୁରୀ, ଖୋର୍ଦ୍ଧା, ବରଗଡ଼ ଏବଂ ନୂଆପଡ଼ା ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।

Leave A Reply