ଗଜପତି ଜିଲ୍ଲା ପାରଳାଖେମୁଣ୍ଡିର ଏସ୍ସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଡିଏଫ୍ଓଙ୍କର ଲାଇ ଡିଟେକ୍ସନ ଟେଷ୍ଟ କରାଯାଇଛି । ସୌମ୍ୟରଞ୍ଜନଙ୍କ ପରିବାର ପକ୍ଷରୁ ଡିଏଫ୍ଓଙ୍କୁ ଅଭିଯୁକ୍ତ ଦର୍ଶାଯାଇଥିବାରୁ ଭୁବନେଶ୍ୱରସ୍ଥିତ ଫୋରେନ୍ସିକ୍ ଲ୍ୟାବ୍ରେ ତାଙ୍କର ଏହି ଟେଷ୍ଟ କରାଯାଇଛି ।
ପ୍ରାୟ ୩ଘଣ୍ଟାଧରି ଡିଏଫ୍ଓଙ୍କୁ ୧୦୦ରୁ ଅଧିକ ପ୍ରଶ୍ନ ପଚରାଯାଇଥିବା ସୂଚନା ମିଳିଛି । ଏକ ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁସାରେ ଘଟଣାସ୍ଥଳରେ ଉପସ୍ଥିତ ଥିବା ସୌମ୍ୟରଞ୍ଜନଙ୍କ ରୋଷେୟାଙ୍କର ମଧ୍ୟ ଲାଇ ଡିଟେକ୍ସନ ଟେଷ୍ଟ କରାଯାଇଥିବା ଜଣାପଡିଛି ।
ସୂଚନାଯୋଗ୍ୟ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ପାରଳାଖେମୁଣ୍ଡିଠାରେ ନିଜ ସରକାରୀ ବାସଭବନରେ ପୋଡିହୋଇ ଗୁରୁତର ହେବା ପରେ ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ଘଟିଥିଲା । ସୌମ୍ୟରଞ୍ଜନଙ୍କୁ ପୋଡି ହତ୍ୟାକରାଯାଇଥିବା ନେଇ ତାଙ୍କ ପରିବାର ପକ୍ଷରୁ ଏଫଆଇଆର ଦାଏର କରାଯାଇଥିବା ବେଳେ ୫୫ରୁ ଅଧିକ ଦିନ ବିତିଯାଇଥିଲେ ମଧ୍ୟ ପୁଲିସ୍ ଓ କ୍ରାଇମବ୍ରାଞ୍ଚ ଏହାର ତଦନ୍ତ ଚଳାଇଛନ୍ତି ।