ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା

0 4,445

ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଛି । ରାଜ୍ୟର ୧୦ଟି ଜିଲ୍ଲା ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ,ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବୌଦ୍ଧ, କଟକ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଏହି ସବୁ ଜିଲ୍ଲା ଗୁଡିକ ପାଇଁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ କଟକ ଏବଂ ଭୁବନେଶ୍ୱର ଅତିପ୍ରବଳ ବର୍ଷା ହେବ ବୋଲି ସୂଚନା ମିଳିଛି । ଗତକାଲି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ରାଜ୍ୟର ଲଗାଣ ବର୍ଷା ଯୋଗୁଁ ସୃଷ୍ଟ ପରିସ୍ଥିତିର ସମୀକ୍ଷା କରିଛନ୍ତି ।

Leave A Reply