ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଂଚଳରେ ଏକ ଲଘୁଚାପ- ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା: ଆଞ୍ଚଳିକ ପାଣିପାଗ କେନ୍ଦ୍ର

0 58

ଭୁବନେଶ୍ୱର – ରାଜ୍ୟର ରାଜଧାନୀ ଭୁବନେଶ୍ୱରେର ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।


ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ
ଏହାର ପ୍ରଭାବରେ ଆସନ୍ତା ଗୁରୁବାର ପର୍ଯ୍ୟନ୍ତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବିଶେଷ କରି ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ବାତ୍ୟା ଗୁଲାବ ପ୍ରଭାବରେ କୋରାପୁଟ ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଜିଲ୍ଲାର ପଟାଙ୍ଗୀ, ବନ୍ଧୁଗାଁ, ଶିମିଳିଗୁଡ଼ା, ବୈପାରୀଗୁଡ଼ା ଓ ନାରାୟଣ ପାଟଣାରେ ବାତ୍ୟା ଗୁଲାବର ପ୍ରଭାବ ଦେଖିବାକୁ ମିଳିଛି । ପ୍ରାଥମିକ ସୂଚନା ଅନୁସାରେ ପ୍ରାୟ ୮୦୦ଟି କଚ୍ଚା ଓ ପକ୍କା ଘର ଭାଙ୍ଗିବା ସହ ପ୍ରାୟ ୨୦୦ କିଲୋମିଟର ଗ୍ରାମୀଣ ସଡ଼କ କ୍ଷତିଗ୍ରସ୍ତ ହୋଇଛି । ଏଥିସହ ଜୟପୁର ଓ କୋରାପୁଟ ବନଖଣ୍ଡରେ ୩ହଜାରରୁ ଅଧିକ ଗଛ ଭାଙ୍ଗିପଡିଛି । ଅନ୍ୟପକ୍ଷରେ ଭୁସ୍ଖଳନ ଯୋଗୁଁ ସୁଙ୍କି ଘାଟିରେ ଉପୁଡି ପଡିଥିବା ଗଛ ଓ ପଥର ଖଣ୍ଡକୁ ହଟାଯାଉଛି । ଫଳ ରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ଗମନାଗମନ ବାଧାପ୍ରାପ୍ତ ହୋଇଛି । ଆସନ୍ତା ୨ ଦିନ ମଧ୍ୟରେ ରାସ୍ତା ଅବରୋଧ ହଟିଯିବାର ସମ୍ଭାବନା ରହିଛି ।

Leave A Reply