ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ପହଞ୍ଚିବ । ଏହା ଅଧିକରୁ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ଫଳରେ ରାଜ୍ୟରେ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି । ଏଥିଯୋଗୁଁ
ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଅନ୍ୟପକ୍ଷରେ ରାଜ୍ୟରେ ଶୀତର ପ୍ରକୋପ ସାମାନ୍ୟ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ରାତ୍ରି ତାପମାତ୍ରା ୯ ଡିଗ୍ରୀ ସେଲସିୟସ୍ ଦାରିଙ୍ଗବାଡିଠାରେ ରେକର୍ଡ କରାଯାଇଛି ।
ଦକ୍ଷିଣ ଆଣ୍ଡାମାନ ସାଗରରେ ଆସନ୍ତାକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି
ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ ଆସନ୍ତା
୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ
ପହଞ୍ଚିବ । ଏହା ଅଧିକରୁ ଅଧିକ ଘନୀଭୂତ ହୋଇ ଅବପାତର ରୂପ
ନେଇପାରେ । ଫଳରେ ରାଜ୍ୟରେ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ
ବୋଲି ପାଣିପାଗ ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି । ଏଥିଯୋଗୁଁ
ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା,
ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା
ହେବାର ସମ୍ଭାବନା ରହିଛି ।
ତେବେ ରାଜ୍ୟରେ ଧାନ ପାଚି ଅମଳ ସମୟ ହୋଇଥିବାରୁ ସେଗୁଡ଼ିକୁ
ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି
କରାଯାଇଛି ।