ବଙ୍ଗୋପସାଗରର ପୂର୍ବ କେନ୍ଦ୍ରୀୟ ଉପକୂଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା

0 5,495

ଭୁବନେଶ୍ୱର – ଉତ୍ତର ଆଣ୍ଡାମାନ ସାଗର ଏବଂ ବଙ୍ଗୋପସାଗରର ପୂର୍ବ କେନ୍ଦ୍ରୀୟ ଉପକୂଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଆସନ୍ତା ୧୧ତାରିଖରେ ଦକ୍ଷିଣ ଓଡିଶା ଉପକୂଳ ଦେଇ ଅତିକ୍ରମ କରିବ ବୋଲି ଜଣାପଡିଛି ।

ଏହାର ପ୍ରଭାବରେ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡା, ଗଞ୍ଜାମ, ପୁରୀ, କନ୍ଧମାଳ, ଖୋର୍ଦ୍ଧା, ଜଗତସିଂହପୁର, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

Leave A Reply