କ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଗତ ଦୁଇ ଦିନ ହେବ ଲଗାଣ ବର୍ଷା ଜାରି ରହିଥିବାବେଳେ ଆଜି ମଧ୍ୟ ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ଜାରି ରହିଛି । ରାଜ୍ୟର
୮ଟି ଜିଲ୍ଲାରେ ୧୦୦ ମିଲିମିଟର ବର୍ଷା ହୋଇଥିବାର ରେକର୍ଡ଼ କରାଯାଇଛି । କଟକ ଓ ଭୁବନେଶ୍ୱର ସମେତ ରାଜ୍ୟର କେତେକ ତଳିଆ ଅଞ୍ଚଳରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି । ତେବେ ଲଗାଣ ବର୍ଷା ଯୋଗୁଁ କେତେକ ସ୍ଥାନରେ ପାଣି ଜମି ରହିଥିଲେ ମଧ୍ୟ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇ ନାହିଁ ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନର୍ ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।
ତେବେ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ
ସେହିସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ସୁନ୍ଦରଗଡ଼, କେନ୍ଦୁଝର, କେନ୍ଦ୍ରାପଡ଼ା,ଳ କଟକ, ଖୋର୍ଦ୍ଧା ଓ ଜଗତ୍ସିଂହପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସେଠାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର
ମଧ୍ୟକୁ ନ ଯିବାପାଇଁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି । ଦକ୍ଷିଣ ଓ ପଶ୍ଚିମ ବଙ୍ଗୋପସଗାରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ
ରାଜ୍ୟର ଅଧିକାଂଶ ତଳିଆ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି । ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ଜୀବନଯାତ୍ରା ପ୍ରଭାବିତ ହୋଇଛି । ଆଜି ମଧ୍ୟ ରାଜ୍ୟରେ ବର୍ଷା ଜାରି ରହିବ । କୋରାପୁଟ୍, ଗଜପତି, ପୁରୀ, ଗଞ୍ଜାମ,
ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝର ଭଳି କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ତେଣୁ ଅବିଶ୍ରାନ୍ତ ବର୍ଷାକୁ ଦୃଷ୍ଟିରେ ରଖି ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଯାଜପୁର, କେନ୍ଦୁଝର,
ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ନେଇ ସବୁ ଜିଲ୍ଲାର ଜିଲ୍ଲାପାଳ ଘୋଷଣା କରିଛନ୍ତି ।
ଲଗାଣ ବର୍ଷା ଯୋଗୁଁ ବ୍ରହ୍ମପୁର, କଟକ ଓ ଭୁବନେଶ୍ୱର ସହରରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି । ତଳିଆ ଅଞ୍ଚଳଗୁଡ଼ିକରେ ଜଳମଗ୍ନ ହୋଇଛି ।