ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦୁର୍ବଳ -ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‍ସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ, ଢେଙ୍କାନାଳ, ରାୟଗଡ଼ା, ନବରଙ୍ଗପୁର,ମାଲକାନଗିରି,କୋରାପୁଟ

133

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦୁର୍ବଳ ହୋଇଛି । ଏହା ଆନ୍ଧ୍ର ଉପକୂଳକୁ ଗତିକରିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‍ସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ, ଢେଙ୍କାନାଳ, ରାୟଗଡ଼ା, ନବରଙ୍ଗପୁର,ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ତେବେ ଲଘୁଚାପ ଦୁର୍ବଳ ହେଉଥିବାରୁ ବର୍ଷାର ପ୍ରଭାବ ଧୀରେ ଧୀରେ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଅନ୍ୟପକ୍ଷରେ ଗତକାଲି ଭଦ୍ରକ ଓ ଗଜପତି ଜିଲ୍ଲାରେ ସର୍ବାଧିକ ୧୩ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି ।

Comments are closed, but trackbacks and pingbacks are open.