ରାଜ୍ୟ ସରକାର ନିଜର କର୍ମଚାରୀମାନଙ୍କ ପାଇଁ ଦଶହରା ପୂଜା ଭେଟି ଭାବେ ୧୧ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ କର୍ମଚାରୀ ଓ ପେନ୍ସନ୍ଭୋଗୀଙ୍କ ପାଇଁ ଏହି ମହଙ୍ଗାଭତ୍ତା ଘୋଷଣା କରିଛନ୍ତି । ଏହି ନିଷ୍ପତ୍ତିଦ୍ୱାରା ରାଜ୍ୟର ୪ ଲକ୍ଷ କର୍ମଚାରୀ ଓ ସାଢ଼େ ୩ ଲକ୍ଷ ପେନ୍ସନ୍ ଭୋଗୀ ଉପକୃତ ହେବେ ।
ଏହାଫଳରେ ବର୍ତ୍ତମାନର ମହଙ୍ଗାଭତ୍ତା ୧୭ ପ୍ରତିଶତରୁ ୨୮ ପ୍ରତିଶତକୁ ବୃଦ୍ଧି ପାଇଛି । ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଏହା ଗତ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁହୋଇ ଅକ୍ଟୋବରରେ ମିଳିବ । ବକେୟା ୩ ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।