ପୁରୀ ୨୭।୦୨।୨୦୨୦ – ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ସେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିବାର କରିଛନ୍ତି । ୩ ଦିନ ଧରି ସେ ପୁରୀରେ ଅବସ୍ଥାନ କରିବେ ବୋଲି ଜଣାପଡ଼ିଛି ।
ତାଙ୍କ ନିରାପତ୍ତା ଲାଗି କଡ଼ା ପୁଲିସ୍ ବ୍ୟବସ୍ଥା କରାଯାଇଛି । ଆସନ୍ତାକାଲି ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ୨୮ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପୂର୍ବାଞ୍ଚଳ ଜୋନାଲ୍ କାଉନ୍ସିଲ୍ ବୈଠକରେ ମଧ୍ୟ ସେ ଯୋଗଦେବେ ।