ବ୍ରିଜ ଉପରୁ ଖସିଲା ଯାତ୍ରୀବାହୀ ବସ୍, ୨୯ ମୃତ

0 848

ନୂଆଦିଲ୍ଲୀ: ‘ଯମୁନା ଏକ୍ସପ୍ରେସ ୱେ’ରେ ରବିବାର ବିଳମ୍ବିତ ରାତି ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି । ଯାତ୍ରୀବାହୀ ଦୁର୍ଘଟଣାରେ ୨୯ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ କିଛି ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଉଛି । ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଂଚିଛି । ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
ଗଣମାଧ୍ୟମର ରିପୋର୍ଟ ଅନୁସାରେ ଉତ୍ତର ପ୍ରଦେଶର ରାଜଧାନୀ ଲଖନଉରୁ ଦିଲ୍ଲୀ ଅଭିମୁଖେ ବାହାରିଥିବା ଯାତ୍ରୀବାହୀ ବସ (ୟୁପି୩୩ ୮ଡି ୫୮୭୭) ଯମୁନା ଏକ୍ସପ୍ରେସ ୱେରେ ଯାଉଥିବା ବେଳେ ଏଥିରେ ଥିବା ଚାଳକ ଭାରସାମ୍ୟ ହରାଇଥିଲେ । ଫଳରେ ବସ ବ୍ରିଜ ତଳକୁ ଖସି ପଡ଼ିଥିଲା । ଘଟଣାସ୍ଥଳରେ ୨୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଯାତ୍ରୀମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଉଛି ।
ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ ସେ ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ସେହିଭଳି ଆହତମାନଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply