ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ଼)ଦ୍ୱାରା ପରିଚାଳିତ ମେ ୩ରୁ ୧୫ ପର୍ଯ୍ୟନ୍ତ ହେବାକୁ ଥିବା ବାର୍ଷିକ
ହାଇସ୍କୁଲ୍ ସାର୍ଟିଫିକେଟ୍ ପରୀକ୍ଷାକୁ ଶୃଙ୍ଖଳିତ ଢଙ୍ଗରେ ପରିଚାଳନା କରିବାକୁ ବୋର୍ଡ଼ ପକ୍ଷରୁ ପ୍ରସ୍ତୁତି ଚାଲିଛି । ମାଟ୍ରିକ୍ ପରୀକ୍ଷା ଦେବାପାଇଁ ଚଳିତ ବର୍ଷ ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି । ପୂର୍ବବର୍ଷ ତୁଳନାରେ ଚଳିତ ବର୍ଷ ୨୦ ପ୍ରତିଶତ ପରୀକ୍ଷା କେନ୍ଦ୍ର ବଢ଼ିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି ।