ରାଜ୍ୟରେ ମୌସୁମୀ ବାୟୁ ଦୁର୍ବଳ-ଆସନ୍ତା ୨୪ ଘଂଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନୟାଗଡ଼, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା

90

ଆସନ୍ତା ୨୪ ଘଂଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନୟାଗଡ଼, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା

ରାଜ୍ୟରେ ମୌସୁମୀ ବାୟୁ ଦୁର୍ବଳ ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପ୍ରଭାବ କମିଥିବା ବେଳେ ଦିନ ତାପମାତ୍ରା ବୃଦ୍ଧି ପାଇଛି । ଆସନ୍ତା ୨୪ ଘଂଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନୟାଗଡ଼, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ୧୨ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।ରାଜ୍ୟରେ ମୌସୁମୀ ବାୟୁ ଦୁର୍ବଳ ଥିବା ଯୋଗୁଁ ବର୍ଷାର ପ୍ରଭାବ କମିଥିବା ବେଳେ ଦିନ ତାପମାତ୍ରା ବୃଦ୍ଧି ପାଇଛି ।

ମୌସୁମୀ ନିମ୍ନ ଚାପରେଖାର ଉତ୍ତରାୟଣ ଗତି ସହ ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଯାଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଅଗଷ୍ଟ ୬ରୁ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ଏକ ଲଘୁଚାପ ପ୍ରଭାବ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ପାଖାପାଖି ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.