ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା

0 130

ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ଉତ୍ତର ଆଣ୍ଡାମାନ ସାଗରର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଭଞ୍ଜନଗରଠାରେ ସର୍ବାଧିକ ୧୪ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି । ରାଜ୍ୟର ପ୍ରାୟ ଅଧିକାଂଶ ସ୍ଥାନରେ ବର୍ଷା ହୋଇଥିବା ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।


ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।


ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବୀ ହେବନି । ଏହା କ୍ରମଶଃ ଦୁର୍ବଳ ହୋଇଯିବ । ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତ,ଗଭୀର ଅବପାତ ଓ ବାତ୍ୟା ଆଡ଼କୁ ଯିବ ବୋଲି ବିଭିନ୍ନ ମଡେଲ ପୂର୍ବାନୁମାନ କରିଥିଲେ । କିନ୍ତୁ ଏହି ଲଘୁଚାପ ଅବପାତରେ ପରିଣତ ହେବାର ସମ୍ଭାବନା କ୍ଷୀଣ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ସାନି ପୂର୍ବାନୁମାନ କରିଛି

Leave A Reply