୧୨ ତାରିଖ ପରଠାରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଦୁଇରୁ ୩ ଡିଗ୍ରୀ ସେଲସିୟସ ତାପମାତ୍ରା କମିବ

0 1,503

ପାଣିପାଗରେ ପରିବର୍ତ୍ତନ ଘଟି ଗତ କିଛିଦିନ ହେବ ରାଜ୍ୟରେ ଶୀତର ପ୍ରକୋପ ହ୍ରାସ ପାଇବାରେ ଲାଗିଛି । ତେବେ ଭୁବନେଶ୍ୱରସ୍ଥିତ ଅଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଦାରିଙ୍ଗିବାଡ଼ି ଏବଂ ଫୁଲବାଣୀଠାରେ ସର୍ବନିମ୍ନ ତାପମାତ୍ରା ୧୧ ଦଶମିକ ୫ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ଼ କରାଯାଇଛି ।

୧୨ ତାରିଖ ପରଠାରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଦୁଇରୁ ୩ ଡିଗ୍ରୀ ସେଲସିୟସ ତାପମାତ୍ରା କମିବ । ଫଳରେ ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଶୀତ ଅନୁଭୂତ ହେବା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Leave A Reply