ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ମଧ୍ୟରେ ରହିଥିବା ସୀମା ବିବାଦ ପ୍ରସଙ୍ଗକୁ ଦୂର କରିବା ଲାଗି ରାଜ୍ୟ ସରକାର ଏକ ୮ଜଣିଆ କମିଟି ଗଠନ କରିଛନ୍ତି । ଏହି କମିଟିରେ ମୁଖ୍ୟ ଶାସନ ସଚିବ ଅଧ୍ୟକ୍ଷ ଥିବାବେଳେ ଉନ୍ନୟନ କମିସନର, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ଶାସନ ସଚିବ, ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ, ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ, ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଏବଂ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ
ଶାସନ ସଚିବ ଏହାର ସଦସ୍ୟ ରହିଛନ୍ତି ।
ଏନେଇ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି କମିଟି ଓଡ଼ିଶା ଏବଂ ଆନ୍ଧ୍ରର ଜନସାଧାରଣଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ସମାଧାନର ପନ୍ଥା ବାହାରିପାରିବ ବୋଲି ଜଣାପଡିଛି ।