ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ କୁଆପଥର ବୃଷ୍ଟି ହେବାର ସମ୍ଭାବନା

0 100


ଅଦିନିଆ ବର୍ଷା ସାଙ୍ଗକୁ କୁଆପଥର ମାଡ଼ରେ ନବରଙ୍ଗପୁର ଜିଲ୍ଲାର ଚାଷୀମାନେ ପ୍ରବଳ କ୍ଷତିଗ୍ରସ୍ତ ହୋଇଛନ୍ତି । ଜିଲ୍ଲାରେ ଦୁଇ ଦିନ ତଳେ କୁଆ ପଥର ସହ ପ୍ରବଳ ବର୍ଷା ହୋଇଥିଲା । ଗତକାଲି ଅପରାହ୍ଣରେ ମଧ୍ୟ ପ୍ରବଳ କୁଆପଥର ବୃଷ୍ଟି ହୋଇଥିଲା । ସ୍ଥାନେ ସ୍ଥାନେ ୪ରୁ ୫ ଇଞ୍ଚ୍‍ ବହଳର କୁଆପଥର ଜମି ଯାଇଥିଲା । ଏଥିରେ ରବିଫସଲ ଭାବେ ଲଗାଯାଇଥିବା ମକା ଏବଂ ଅନ୍ୟାନ୍ୟ ପନିପରିବା ଫସଲର ବ୍ୟାପକ କ୍ଷତି ହୋଇଛି ।

ପଶ୍ଚିମା ଝଡ଼ ପ୍ରଭାବରେ ଓଡ଼ିଶାର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ କୁଆପଥର ବୃଷ୍ଟି ହେବାର ସମ୍ଭାବନା ରହିଛି । କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ବୌଦ, ଗଞ୍ଜାମ, ଗଜପତି, ନୟାଗଡ଼ ଓ ଅନୁଗୁଳ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି
କରାଯାଇଛି । ଏଥିସହିତ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।

ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୮ଟି ଜିଲ୍ଲାରେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ବୌଦ, ଗଞ୍ଜାମ, ଗଜପତି, ନୟାଗଡ଼, ଅନୁଗୁଳ ଆଦି ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାକୁ ଥିବାବେଳେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବଲାଙ୍ଗିର, ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, ସୁବର୍ଣ୍ଣପୁର ଓ ସମ୍ବଲପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମେତ ବଜ୍ରପାତ ହେବାର ଆଶଙ୍କା ରହିଛି । ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗ ମୁଖ୍ୟତ ମେଘୁଆ ରହିବା ସହିତ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply