ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଚଳିତ ମାସ ୧୭ରୁ ୨୧ ତାରିଖ ଯାଏଁ – ଫେବ୍ରୁଆରୀ ୧୬, ୧୮, ୨୦, ୨୨ ଓ ୨୪ ତାରିଖରେ ନିର୍ବାଚନ

0 83

ରାଜ୍ୟରେ ହେବାକୁ ଥିବା ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଭିନ୍ନ ଜିଲ୍ଲାରେ ନିର୍ବାଚନ ଅଧିକାରୀମାନେ ବିଜ୍ଞପ୍ତି ଜାରି କରିଛନ୍ତି । ପଂଚାୟତ ଅଫିସରେ ସରପଂଚ ଓ ସମିତି ସଭ୍ୟ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଜିଲ୍ଲା ଓ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲା ପରିଷଦ ସଭ୍ୟ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।


ସୂଚନାଯୋଗ୍ୟ, ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଚଳିତ ମାସ ୧୭ରୁ ୨୧ ତାରିଖ ଯାଏଁ ଚାଲିବ । ମନୋନୟନ ପତ୍ର ଯାଂଚ ୨୨ ତାରିଖରେ ହେବ ।

ଜାନୁଆରୀ ୨୫ରେ ପ୍ରାର୍ଥୀମାନଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ । ୫ଟି ପର୍ଯ୍ୟାୟରେ ଚଳିତ ପଂଚାୟତ ନିର୍ବାଚନ ଅନୁଷ୍ଠିତ ହେବ । ପ୍ରତି ପର୍ଯ୍ୟାୟ ମଧ୍ୟରେ ଗୋଟିଏ ଦିନ
ବ୍ୟବଧାନ ରହିବ । ଆସନ୍ତା ଫେବ୍ରୁଆରୀ ୧୬, ୧୮, ୨୦, ୨୨ ଓ ୨୪ ତାରିଖରେ ନିର୍ବାଚନ ହେବ । ସେହିଭଳି ଫେବ୍ରୁଆରୀ ୨୬, ୨୭ ଓ ୨୮ ତାରିଖରେ ୩ଟି ପର୍ଯ୍ୟାୟରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ ।

Leave A Reply