ରାଜ୍ୟରେ ପଞ୍ଚାୟତ ନିର୍ବାଚନ ସଂରକ୍ଷଣକୁ ଚାଲେଞ୍ଜ୍ କରି ଦାଖଲ ହୋଇଥିବା ମାମଲାରେ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏ ସଂକ୍ରାନ୍ତ ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୨୦ ତାରିଖରେ ହେବାନେଇ ଧାର୍ଯ୍ୟ କରାଯାଇଛି । ସୂଚନାଯୋଗ୍ୟ, ଇତିମଧ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ଚୂଡାନ୍ତ ସଂରକ୍ଷଣ ତାଲିକା ପ୍ରକା ଶ ପାଇଛି ।

ଏଥିରେ ୫୦ ପ୍ରତିଶତ ଆସନ ମହିଳାଙ୍କ ନିମନ୍ତେ ସଂରକ୍ଷିତ ରହିଛି । ସେହିପରି ଜନସଂଖ୍ୟା ଆଧାରରେ ପଛୁଆବର୍ଗ, ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ମଧ୍ୟ ସଂରକ୍ଷଣ ବ୍ୟବସ୍ଥା ରହିଛି । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଡିସେମ୍ବର ୧୪ ତାରିଖରେ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବା ପରେ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା ହେବାର ସମ୍ଭାବନା ରହିଛି ।