ପଞ୍ଚାୟତ ନିର୍ବାଚନ ପାଇଁ ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ । ଏହା ଆଗାମୀ ୨୧ତାରିଖ ପର୍ଯ୍ୟନ୍ତ ଚାଲିବ । ୨୨ତାରିଖରେ ପ୍ରାର୍ଥିପତ୍ର ଗୁଡିକ ଯାଞ୍ଚ ହେବ । ୨୩ରୁ ୨୫ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ସେମାନଙ୍କର ପ୍ରାର୍ôଥପତ୍ର ପ୍ରତ୍ୟାହାର କରିପାରିବେ ଏବଂ ୨୫ତାରିଖ ଅପରାହ୍ନରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ।
ୱାର୍ଡମେମ୍ବର, ସରପଞ୍ଚ ପ୍ରାର୍ଥୀ ପଞ୍ଚାୟତ କାର୍ଯ୍ୟାଳୟ, ସମିତିସଭ୍ୟ ପ୍ରାର୍ଥୀ ବ୍ଲକ କାର୍ଯ୍ୟାଳୟ ଏବଂ ଜିଲ୍ଲା ପରିଷଦ ସଭ୍ୟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ କରିବେ । ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୯୧ହଜାର ୯୧୩ଜଣ ୱାର୍ଡମେମ୍ବର, ୬ହଜାର ୭୯୪ସରପଞ୍ଚ, ୬ହଜାର ୭୯୩ ସମିତିସଭ୍ୟ ଓ ୮୫୩ ଜିଲ୍ଲା ପରିଷଦ ସଭ୍ୟ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ ।