ସଂସଦର ବଜେଟ୍ ଅଧିବେଶନ ଆସନ୍ତା ୩୧ ତାରିଖରୁ ଆରମ୍ଭ ହେବ । ଏହା ଏପ୍ରିଲ୍ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ୩୧ ତାରିଖ ଦିନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର ମିଳିତ ଅଧିବେଶନରେ ଉଦ୍ବୋଧନ ଦେବେ । ଫେବୃୟାରୀ ୧ ତାରିଖରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୨-୨୩ ଆର୍ଥିକ ବର୍ଷ ନିମନ୍ତେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ ।
ବଜେଟ୍ ଅଧିବେଶନର ପ୍ରଥମ ଭାଗ ଫେବୃୟାରୀ ୧୧ ତାରିଖରେ ଶେଷ ହେବ । ଏକ ମାସ ବିରତି ପରେ ବଜେଟ୍ ଅଧିବେଶନର ଦ୍ୱିତୀୟ ଭାଗ ମାର୍ଚ୍ଚ ୧୪ରୁ ଆରମ୍ଭ ହୋଇ ଏପ୍ରିଲ୍ ୮ ତାରିଖରେ ଶେଷ ହେବ ।