ପାରଳାଖେମୁଣ୍ଡି – ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ସୁବାସ ନଗର ଅଞ୍ଚଳରେ ବିଷାକ୍ତ ଛତୁ ଖାଇ ୬ଜଣ ଅସୁସ୍ଥ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
ଗୋଟିଏ ପରିବାରର ଏହି ସଦସ୍ୟମାନେ ଗତ ରାତିରେ ଛତୁ ରାନ୍ଧି ଖାଇଥିଲେ । କିଛି ସମୟ ପରେ ସେମାନଙ୍କୁ ଝାଡ଼ା ଓ ବାନ୍ତି ହୋଇଥିଲା । ସେମାନଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଡାକ୍ତରଖାନା ସୂତ୍ରରୁ ଜଣାପଡ଼ିଛି ।