ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟର ପ୍ରଭାବରେ ଉତ୍ତର ଓଡ଼ିଶା ଓ ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୫ ଦଶମିକ ୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି ।
ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଗଞ୍ଜାମ, ନୟାଗଡ଼, କନ୍ଧମାଳ ଓ ବୌଦ ଜିଲ୍ଲାପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି କୋରାପୁଟ, ରାୟଗଡ଼ା, ଗଜପତି, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଜୁନ୍ ମାସ ଶେଷ ସୁଦ୍ଧା ରାଜ୍ୟରେ ୪୦ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବାବେଳେ ଜୁଲାଇ ମାସର ପ୍ରଥମ ୪ ଦିନରେ ରାଜ୍ୟରେ ୧୮୧ ଦଶମିକ ୪ ମିଲିମିଟର ବର୍ଷା ହୋଇଛି ।
#odisha #weatherlive #rain
Comments are closed, but trackbacks and pingbacks are open.