ଶନିବାରରେ ୮ଟି ଜିଲ୍ଲାରେ ବର୍ଷା ସମ୍ଭାବନା , ଜାଣନ୍ତୁ କେଉଁ କେଉଁ ଜିଲ୍ଲା
ଭୁବନେଶ୍ୱର . – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇଛି । ଏହାର ପ୍ରଭାବରେ ଶୁକ୍ରବାରରେ କାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇଯାଇଥିବାବେଳେ ଶନିବାରରେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ନୂଆପଡା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।୨୪ଘଣ୍ଟା ମଧ୍ୟରେ ଗୋପାଳପୁରରେ ସର୍ବାଧିକ ୯୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।
ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବାର ପୂର୍ବାନୁମାନ କରାଯାଇଛି ।