ଭୁବନେଶ୍ୱର – ବଙ୍ଗୋପସାଗରରେ ଜୁଲାଇ ୩୧ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଅଗଷ୍ଟ ପହିଲାରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ରବିବାରରେ କେନ୍ଦୁଝର ଜିଲ୍ଲାରେ ସବୁଠାରୁ ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି ।ସୋମବାରରେ ମାଲକାନଗିରି, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ଝାରସୁଗୁଡ଼ା, କୋରାପୁଟ, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ସୋନପୁର, ରାୟଗଡ଼ା, କନ୍ଧମାଳ ଏବଂ ବୌଦ୍ଧ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।