୩୧ ତାରିଖ ଯାଏଁ ବର୍ଷା ସମ୍ଭାବନା

0 1,191

ଭୁବନେଶ୍ୱର – ଘୂର୍ଣ୍ଣିବଳୟ ସକ୍ରିୟ ହେଉଥିବାରୁ ଏହାର ପ୍ରଭାବରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ୩୧ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷାର ସମ୍ଭାବନା ଥିବାବେଳେ କେତେକ ଜିଲ୍ଲାରେ
ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଅଧିକାଂଶ ଅଞ୍ଚଳ ଓ ଦକ୍ଷିଣ ଓଡ଼ିଶାର ଅଳ୍ପକିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply