୨୫ ତାରିଖରୁ ପ୍ରବଳ ବର୍ଷା ସମ୍ଭାବନା

0 1,556

ଭୁବନେଶ୍ୱର – ଆସନ୍ତା ୨୪ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ମିଳିଥିବା ସୂଚନା ଅନୁଯାୟୀ ଏହାର ପ୍ରଭାବରେ ୨୫ ତାରିଖଠାରୁ ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଅନ୍ୟ ପକ୍ଷରେ ୨୬ ତାରିଖରେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ତଥା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।
ତେବେ ଏହାର ବିଶେଷ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ପାଣିପାଗ ବିଭାଗ କହିଛି । ୨୫ ଓ ୨୬ ତାରିଖରେ ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସହ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ଦୁଇଦିନ ଲାଗି ଓଡ଼ିଶା ପାଇଁ ଅରେଞ୍ଜ ଆଲଟ୍‍ ଜାରି କରାଯାଇଛି ଏବଂ ପରିସ୍ଥିତି ଉପରେ ନଜର ରଖିବାକୁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦିଆଯାଇଛି ।

Leave A Reply