ରାଜ୍ୟର କେତେକ ସ୍ଥାନରେ ବର୍ଷା ଜାରି -୧୨ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା

95

ସାରା ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ଜାରି ରହିଛି । ଆଗାମୀ
୨୪ଘଂଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରସୂଚନା ଦେଇଛି ।


ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ୨୪ ଘଂଟାରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଂଜାମ, ମୟୂରଭଂଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପାତ
ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ସେହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed, but trackbacks and pingbacks are open.