ଓଡ଼ିଶା ଉପକୂଳରେ ଲଘୁଚାପ- ୨୩ରୁ ୨୬ ତାରିଖ ବର୍ଷା ସମ୍ଭାବନା

0 4,429

ଭୁବନେଶ୍ୱର – ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ ଦିଗକୁ ଗତିକରି ମଧ୍ୟପ୍ରଦେଶର ପୂର୍ବ-କେନ୍ଦ୍ରାଞ୍ଚଳ ଆଡ଼କୁ ମୁହାଁଇଥିବାବେଳେ ଅନ୍ୟ ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା କାଲି ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଏହାର ପ୍ରଭାବରେ ୨୩ରୁ ୨୬ ତାରିଖ ୪ ଦିନ ଧରି ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‍ସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାପାଇଁ ଅରେଞ୍ଜ୍‍ ୱାର୍ଣ୍ଣିଂ ଜାରି ସହ ସେହିସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସ୍ୱତନ୍ତ୍ର ରିଲିଫ୍‍ କମିଶନର୍‍ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପକ୍ଷରେ ଗତ ୫ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଫଳରେ ବହୁ ଅଞ୍ଚଳ ଜଳମଗ୍ନ ହେବା ସହ ଅଧିକାଂଶ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି । ଯଦି ଆଉ ଏକ ଲଘୁଚାପ ସୃଷ୍ଟି ହୁଏ, ତେବେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କ ସମେତ ବ୍ଲକ୍‍ସ୍ତରୀୟ ଅଧିକାରୀମାନଙ୍କୁ ମଧ୍ୟ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ଆଉଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆଜି ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ସୋନପୁର, ବାଲେଶ୍ୱର, ଭଦ୍ରକ ଏବଂ ଢ଼େଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସେହିସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ସ୍ୱତନ୍ତ୍ର ରିଲିଫ କମିସନର ସେହିସବୁ ଜିଲ୍ଲାରେ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟର ବିଭିନ୍ନ ନଦୀରେ ବନ୍ୟାଜଳ ହ୍ରାସ ପାଉଥିବାବେଳେ କେତେକ ଜିଲ୍ଲାରେ କ୍ଷୟକ୍ଷତି ଆକଳନ ଆରମ୍ଭ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ହୀରାକୁଦର ବାମପାଶ୍ୱର୍ରେ ୧୨ଟି ଏବଂ ଡାହାଣ ପାଶ୍ୱର୍ରେ ୮ଟି ଗେଟ୍‍ ମଧ୍ୟରେ ୨ଲକ୍ଷ ୯୮ହଜାର ୩୧୮ଘନଫୁଟ ଜଳ ନିଷ୍କାସିତ ହେଉଥିବାବେଳେ ସମାନ ପରିମାଣର ଜଳ ପ୍ରବେଶ କରୁଛି । ଆଜି ସକାଳେ ସେଠାରେ ଜଳସ୍ତର ୬୧୯ ଦଶମିକ ୫/୨ଫୁଟ ରହିଛି ।

Leave A Reply