ତିନିଦିନ ବର୍ଷା ସମ୍ଭାବନା

0 850

ଭୁବନେଶ୍ୱର – ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ
କରାଯାଇଛି । ବର୍ତ୍ତମାନ ରାଜ୍ୟର କେତେକ ଅଞ୍ଚଳରେ ମଧ୍ୟ ବର୍ଷା ଜାରି ରହିଛି । ଭଦ୍ରକ, ଯାଜପୁର, ବାଲେଶ୍ୱର, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ତେବେ ଯେଉଁସବୁ ଜିଲ୍ଲାଗୁଡ଼ିକରେ ଅରେଞ୍ଜ ଓ ୟେଲୋ ସତର୍କତା ଜାରି କରାଯାଇଛି ସେହିସବୁ ଜିଲ୍ଲାରେ ବନ୍ୟା ଓ ତଳିଆ ଅଞ୍ଚଳରେ ପାଣି ପଶିବାର ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବା ପାଇଁ ଏସ୍‍.ଆର୍‍.ସି.ଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକରେ ପ୍ରଶାସନିକ ବ୍ୟବସ୍ଥାକୁ
ପ୍ରସ୍ତୁତ ରଖିବା ପାଇଁ ନିର୍ଦ୍ଦେଶରେ କୁହାଯାଇଛି । ଆବଶ୍ୟକ ସ୍ଥଳେ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ କିଭଳି ସ୍ଥାନାନ୍ତର କରାଯିବ ସେ ନେଇ ଆଗୁଆ ପଦକ୍ଷେପ ଗ୍ରହଣ କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି ।
SOURCE -AIR CTC

Leave A Reply