ଭୁବନେଶ୍ୱର .- ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟ ଘୂର୍ଣ୍ଣୀବଳୟ ସମୁଦ୍ର ପତ୍ତନଠାରୁ୫.୮ କିଲୋମିଟର ଉଚ୍ଚରେ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୧୮ ତାରିଖରୁ ଲଗୁଚାପ ସୃଷ୍ଟି ହେବା ସହ ୪ ଦିନ ଧିର ବର୍ଷା ସମ୍ଭାବନା ଦେଖାଦେଇଛି । ଲଘୁଚାପ ପ୍ରଭାବରେ ଉପକୂଳ ଓ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିବାଗ ପୂର୍ବାନୁମାନ କରିଛି ।
ସୋମବାରରେ ଗଜପତି, ରାୟଗଡ଼ା ଓ କୋରାପୁଟରେ ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ମଙ୍ଗଳବାରରେ କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ାରେ ପ୍ରବଳ ବର୍ଷିବ। ବୁଧାବାରରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା ଓ ଭଦ୍ରକ ଏବଂ ଶୁକ୍ରବାରରେ ଦକ୍ଷିଣ ଓ ଉପକୂଳର ଅର୍ଦ୍ଧାଧିକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିବ ଷ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ସତର୍କ କରାଯାଇଛି ।