ପୂର୍ବ ବିହାର, ପଶ୍ଚିମବଙ୍ଗ ଏବଂ ସିକ୍କିମ୍ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୧୯ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବାରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, କନ୍ଧମାଳ, ରାୟଗଡା, ଅନୁଗୁଳ ଓ ଢ଼େଙ୍କାନାଳ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୫ ତାରିଖରୁ ୬ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି , କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର,ମୟୁରଭଂଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।