ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ଆସନ୍ତାକାଲିଠାରୁ ୨୬ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

0 1,184

ଭୁବନେଶ୍ୱର ୨୩।୦୨।୨୦୨୦ ପଶ୍ଚିମବଙ୍ଗ ଏବଂ ବାଙ୍ଗଲାଦେଶ ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ
ରାଜ୍ୟର କେତେକ ସ୍ଥାନରେ ଆସନ୍ତାକାଲିଠାରୁ ୨୬ ତାରିଖ ଚାରି ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି ସମୟ ମଧ୍ୟରେ ବାୟୁପ୍ରଭାବର ଦିଗ ବଦଳିବା ସହ ରାଜ୍ୟକୁ ଦକ୍ଷିଣ-ପୂର୍ବ ଦିଗରୁ ପବନ ବହିବା ସମ୍ଭାବନା ରହିଛି। ଆସନ୍ତାକାଲି ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସମ୍ବଲପୁର ଓ ମୟୂରଭଞ୍ଜରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଅନୁମାନ କରାଯାଉଛି । ସେହିଭଳି ୨୪ ତାରିଖରୁ ଉତ୍ତର
ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୫ ଓ ୨୬ତାରିଖରେ ଉପକୂଳ ଓଡିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply