ରାଜ୍ୟରେ ପାଗ ଶୁଖିଲା ଥିବା ବେଳେ ଚଳିତ ମାସରେ ମୌସୁମୀ ବର୍ଷା ଆଣିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଅନ୍ୟ ପକ୍ଷରେ ପାଣିପାଗ ବିଶେଷଜ୍ଞ ଶରତ ଚନ୍ଦ୍ର ସାହୁ କହିଛନ୍ତି, ଓଡ଼ିଶା ଉପକୂଳ ସ୍ଥିତ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୬ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହାଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବ ବୋଲି ଜଣାପଡ଼ିଛି । ସେହିପରି ଆସନ୍ତା ୫ ଓ ୬ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।