ଏଭଳି ପାଗ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ

0 143

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ରାଜଧାନୀ ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗିରହିଛି । ଏହାଛଡା କଟକ, ପୁରୀ, ଜଗତ୍‍ସିଂହପୁର, ବାଲେଶ୍ୱରରେ ମଧ୍ୟ ବର୍ଷା ହେଉଛି ।

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହାର ପ୍ରଭାବରେ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଏବଂ ୧୭ଟି ଜିଲ୍ଲାକୁ ଘଡ଼ଘଡ଼ି ଓ ବଜ୍ରପାତ ଆଶଙ୍କା ସତର୍କ ସୂଚନା ଜାରି କରାଯାଇଛି । ଏହି ୭ଟି ଜିଲ୍ଲା ହେଲା ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତ୍‍ସିଂହପୁର । ଏଭଳି ପାଗ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Leave A Reply