ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଜଗତ୍‍ସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା

0 77

ଉତ୍ତର ଓଡ଼ିଶାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଜଗତ୍‍ସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ସେହିପରି ୧୯ଟି ଜିଲ୍ଲାରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷାର ସମ୍ଭାବନା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକାରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓଡ଼ିଶାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ଷେତ୍ର ସହ ଜଡିତ ଘୂର୍ଣ୍ଣିବଳୟ ସମୂଦ୍ର ପତନରୁ ବାୟୁମଣ୍ଡଳରେ ୫ ଦଶମିକ ୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply